ଆରୁଖଙ୍କୁ ଅର୍ଥ, ମାରାଣ୍ଡିଙ୍କୁ ଶିକ୍ଷା ଓ ଶାରଦାଙ୍କୁ ଶ୍ରମ ବିଭାଗ

0

ଭୁବନେଶ୍ବର : ବିକ୍ରମ କେଶରୀ ଆରୁଖ, ସୁଦାମ ମାରାଣ୍ଡି ଓ ଶାରଦା ନାୟକ ଆଜି ନୂଆ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସେମାନଙ୍କୁ ଶପଥ ପାଠ କରାଇଥିଲେ । ଶପଥ ଗ୍ରହଣ ପରେ ସେମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରାଯାଇଛି । ବିକ୍ରମ କେଶରୀ ଆରୁଖଙ୍କୁ ଅର୍ଥ ବିଭାଗର ଦାୟିତ୍ୱ ମିଳିଥିବାବେଳେ ସୁଦାମ ମାରାଣ୍ଡିଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଓ ଶାରଦା ନାୟକଙ୍କୁ ଶ୍ରମ ବିଭାଗର ଦାୟିତ୍ୱ ମିଳିଛି । ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟର ଦକ୍ଷିଣାଞ୍ଚଳ, ଉତ୍ତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶାରୁ ଏହି ମନ୍ତ୍ରୀ ମାନଙ୍କୁ ବଛାଯାଇଛି । ଆରୁଖ ଦକ୍ଷିଣ ଓଡ଼ିଶାରୁ ଆସୁଥିବାବୋଳେ ମାରାଣ୍ଡି ଉତ୍ତର ଓଡ଼ିଶା ଓ ଶାରଦା ନାୟକ ପଶ୍ଚିମ ଓଡ଼ିଶାର ପ୍ରତିନିଧୁତ୍ବ କରୁଛନ୍ତି ।

ଗତ ୧୨ ତାରିଖରେ ବାଚସ୍ପତି ବିକ୍ରମ କେଶରୀ ଆରୁଖ, ଦୁଇ ମନ୍ତ୍ରୀ ସମୀର ଦାଶ ଓ ଶ୍ରୀକାନ୍ତ ସାହୁ ଇସ୍ତଫା ଦେବା ପରେ ନୂଆ ମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଥିଲା । ଆଉ ଗତକାଲି ହିଁ ଏହି ତିନି ଜଣ ବରିଷ୍ଠ ବିଧାୟକ ହିଁ ମନ୍ତ୍ରୀ ହେବେ ବୋଲି ସ୍ପଷ୍ଟ ହୋଇଥିଲା ।

Leave A Reply

Your email address will not be published.